ଯିଶାଇୟ 60

ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?

Isaiah 60:8 (UKJV) Who are these that fly as a cloud, and as the doves to their windows?

6ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।

7କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍‍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।

8ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?

9ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।

10ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.