ଯିଶାଇୟ 61

ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।

Isaiah 61:10 (UKJV) I will greatly rejoice in the LORD, my soul shall be joyful in my God; for he has clothed me with the garments of salvation, he has covered me with the robe of righteousness, as a bridegroom decks himself with ornaments, and as a bride adorns herself with her jewels.

8କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।

9ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।

10ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।

11କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.