ଯିଶାଇୟ 61

ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।

Isaiah 61:3 (UKJV) To appoint unto them that mourn in Zion, to give unto them beauty for ashes, the oil of joy for mourning, the garment of praise for the spirit of heaviness; that they might be called trees of righteousness, the planting of the LORD, that he might be glorified.

1ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;

2ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;

3ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।

4ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।

5ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.