2ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
3ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
4ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
5ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
6ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।