10ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।
11ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।”
12ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ, ଆଉ, ତୁମ୍ଭେ ଅନ୍ୱେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ।