ଯିଶାଇୟ 62

ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

Isaiah 62:3 (UKJV) You shall also be a crown of glory in the hand of the LORD, and a royal diadem in the hand of your God.

1ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।

2ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।

3ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।

4ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।

5ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.