4ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
5ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
6ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
7ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।
8ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।