ଯିଶାଇୟ 62

ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।

Isaiah 62:7 (UKJV) And give him no rest, till he establish, and till he make Jerusalem a praise in the earth.

5ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।

6ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।

7ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ।

8ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।

9ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.