1ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
2ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?
3“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।