10ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
11ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
12ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,
13ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
14ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।