ଯିଶାଇୟ 63

ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?

Isaiah 63:13 (UKJV) That led them through the deep, as an horse in the wilderness, that they should not stumble?

11ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,

12ଯେ ମୋଶାଙ୍କ ଡାହାଣରେ ଆପଣାର ପ୍ରତାପାନ୍ୱିତ ବାହୁ ଗମନ କରାଇଲେ, ଯେ ଆପଣା ନିମନ୍ତେ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନାର୍ଥେ, ସେମାନଙ୍କ ସମ୍ମୁଖରେ ଜଳକୁ ବିଭକ୍ତ କଲେ,

13ଯେ ପ୍ରାନ୍ତରରେ ଗମନ କରିବା ଅଶ୍ୱ ତୁଲ୍ୟ ଗଭୀର ସାଗର ମଧ୍ୟରେ ସେମାନଙ୍କୁ ଗମନ କରାଇଲେ ଓ ସେମାନେ ଝୁଣ୍ଟିଲେ ନାହିଁ, ସେ କାହାନ୍ତି?

14ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।

15ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.