15ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।
16ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି।
17ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।
18ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
19ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।