2ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?
3“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
4କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
5ପୁଣି, ଆମ୍ଭେ ଅନାଇଲୁ, ଆଉ ସାହାଯ୍ୟ କରିବାକୁ କେହି ନ ଥିଲା ଓ ସହାୟ ହେବାକୁ କେହି ନ ଥିବାରୁ ଆମ୍ଭେ ଚମତ୍କୃତ ହେଲୁ; ଏନିମନ୍ତେ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
6ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”