10ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
11ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
12ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?