ଯିଶାଇୟ 64

କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।

Isaiah 64:4 (UKJV) For since the beginning of the world men have not heard, nor perceived by the ear, neither has the eye seen, O God, beside you, what he has prepared for him that waits for him.

2ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!

3ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।

4କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି, ଅଥବା କର୍ଣ୍ଣ ଜ୍ଞାତ ହୋଇ ନାହିଁ, କିଅବା ଚକ୍ଷୁ ଦେଖି ନାହିଁ।

5ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?

6କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.