5ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?
6କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
7ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
8ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
9ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।