1ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।
2ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
3ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;