17କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବକାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।
18ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।
19ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।
20ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।
21ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।