ଯିଶାଇୟ 65

ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।

Isaiah 65:24 (UKJV) And it shall come to pass, that before they call, I will answer; and while they are yet speaking, I will hear.

22ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।

23ସେମାନେ ବୃଥା ପରିଶ୍ରମ କରିବେ ନାହିଁ, କିଅବା ବିପଦର ପାଇଁ ପ୍ରସବ କରିବେ ନାହିଁ; କାରଣ ସେମାନେ ଓ ସେମାନଙ୍କ ସଙ୍ଗେ ସେମାନଙ୍କ ସନ୍ତାନଗଣ, ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ରର ବଂଶ।

24ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।

25କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.