1ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି; ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, “ଆମ୍ଭକୁ ଦେଖ, ଆମ୍ଭକୁ ଦେଖ” ବୋଲି ଆମ୍ଭେ କହିଲୁ।
2ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;
3ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
4ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
5ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।