3ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;
4ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
5ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
6ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; “ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,
7ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”