13ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।
14ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
15କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
16କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
17ସଦାପ୍ରଭୁ କହନ୍ତି, ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।