20ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।
21ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା, ଏହା ସଦାପ୍ରଭୁ କହନ୍ତି।
22କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ, ଏହା ସଦାପ୍ରଭୁ କହନ୍ତି।
23ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।
24ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”