9ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ,
11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”
12ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?