15ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
16କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
17ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
18ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
19ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।