18ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
19ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
20ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
21ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।