ଯିଶାଇୟ 7

ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।

Isaiah 7:22 (UKJV) And it shall come to pass, for the abundance of milk that they shall give he shall eat butter: for butter and honey shall every one eat that is left in the land.

20ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।

21ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,

22ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।

23ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।

24ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.