21ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,
22ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
23ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
24ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
25ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।