7ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।
8କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
9ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”
10ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ,
11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”