12ଏହି ଲୋକମାନେ ଯେଉଁସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; “ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
13ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
15ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”
16ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋʼ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।