ଯିଶାଇୟ 8

ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।

Isaiah 8:20 (UKJV) To the law and to the testimony: if they speak not according to this word, it is because there is no light in them.

18ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।

19ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”

20ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।

21ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;

22ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.