19ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍ ଫୁସ୍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”
20ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
22ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।