4କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6“ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”