8ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
9ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,
10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
11ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ;
12ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।