17ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
18ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।
19ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଦେଶ ଦଗ୍ଧ ହୋଇଅଛି; ମଧ୍ୟ ଲୋକମାନେ ଅଗ୍ନି ପାଇଁ କାଷ୍ଠ ତୁଲ୍ୟ ଅଟନ୍ତି; କେହି ଆପଣା ଭ୍ରାତାକୁ ଦୟା କରେ ନାହିଁ।
20ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;
21ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।