1ମାତ୍ର ପୂର୍ବେ (ଯେଉଁ ଦେଶ) ବେଦନାଗ୍ରସ୍ତ ଥିଲା, ତାହା ଅନ୍ଧକାର ହୋଇ ରହିବ ନାହିଁ। ପୂର୍ବକାଳରେ ସେ ସବୂଲୂନ ଦେଶ ଓ ନପ୍ତାଲି ଦେଶକୁ ତୁଚ୍ଛନୀୟ କରିଥିଲେ, ମାତ୍ର ଶେଷ କାଳରେ ସେ ତାହାକୁ ସମୁଦ୍ର ପଥର ନିକଟବର୍ତ୍ତୀ, ଯର୍ଦ୍ଦନର ସେପାରିସ୍ଥ, ଗୋଷ୍ଠୀଗଣର ଗାଲିଲୀକୁ ସମ୍ଭ୍ରାନ୍ତ କରିବେ।
2ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
3ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
4କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।