5ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।
6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
8ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,
9ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,