ଯିଶାଇୟ 9

ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,

Isaiah 9:8 (UKJV) The Lord sent a word into Jacob, and it has lighted upon Israel.

6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।

7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।

8ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,

9ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି,

10“ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.