14କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
15ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
16ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
17ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
18ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।