22କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
23କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।
25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।
26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।