ଯାକୁବ 1

କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।

James 1:25 (UKJV) But whoso looks into the perfect law of liberty, and continues therein, he being not a forgetful hearer, but a doer of the work, this man shall be blessed in his deed.

23କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,

24ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।

25କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ।

26ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।

27ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.