8କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।
9ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
10ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
11ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?
12ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।