12ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
13ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
14କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
15ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।