15ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
17କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
18ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।