1ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।
2ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
3ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।
4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।