4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
5ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
6ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
7କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
8କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।