1ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
2ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
3ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।