11ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
12ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
13ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
14କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
15ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।