14କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
15ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।
16କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
17ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।