4ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
5ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?
6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
8ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।